ଭୁବନେଶ୍ୱର,୨୯/୦୮: କୁରୁକ୍ଷେତ୍ର ଲୋକସଭା ନିର୍ବାଚନ ମଣ୍ଡଳୀରୁ ତୃତୀୟ ଥର ସାଂସଦ ତଥା ଜିନ୍ଦଲ ଷ୍ଟିଲ୍ ଏଣ୍ଡ ପାୱାର୍ (ଜେଏସପି)ର ଅଧ୍ୟକ୍ଷ ନବୀନ ଜିନ୍ଦଲ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ।
ଏହି ବୈଠକରେ ଓଡ଼ିଶାରେ ଜେଏସପିର ଓଡ଼ିଶାରେ ଚାଲିଥିବା ବିଭିନ୍ନ ପ୍ରକଳ୍ପ ଉପରେ ଆଲୋଚନା ହୋଇଥିଲା । ଅନୁଗୁଳ ଇସ୍ପାତ କାରଖାନାକୁ ପର୍ଯ୍ୟାୟକ୍ରମେ ବାର୍ଷିକ ୨୫.୨ ନିୟୁତ ଟନ୍ କୁ ସମ୍ପ୍ରସାରଣ କରାଯିବା ସମ୍ପର୍କରେ ସେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ଏହି ସମ୍ପ୍ରସାରଣ ସମ୍ପୂର୍ଣ୍ଣ ହେବା ପରେ ଏହା କୌଣସି ଗୋଟିଏ ସ୍ଥାନରେ ବିଶ୍ୱର ସର୍ବବୃହତ ଇସ୍ପାତ କାରଖାନା ହେବ ।
ମୁଖ୍ୟମନ୍ତ୍ରୀ ଓଡ଼ିଶାରେ ଶିଳ୍ପର ବିକାଶ ପାଇଁ ଜେଏସପିର ପ୍ରୟାସକୁ ପ୍ରଶଂସା କରିଥିଲେ । ନବୀନ ଜିନ୍ଦଲ କହିଥିଲେ ଯେ ରାଜ୍ୟର ଶିଳ୍ପ ଭିତ୍ତିକ ସାମଗ୍ରିକ ବିକାଶ ପାଇଁ ଜେଏସପି ଓଡ଼ିଶା ସରକାର ଏବଂ ଓଡ଼ିଶାବାସୀଙ୍କ ସହ ସହଭାଗୀତା ଜାରି ରଖିବ।