ଶ୍ରୀମନ୍ଦିର ନାଟମଣ୍ଡପକୁ କରାଯିବ ଶୀତତାପ ନିୟନ୍ତ୍ରିତ

ପୁରୀ,୩୦/୦୮: ଶ୍ରୀମନ୍ଦିର ପରିଚାଳନା କମିଟିର ବୈଠକ ଶେଷ ହୋଇଛି। ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି | ଶ୍ରୀମନ୍ଦିର ବଜେଟ୍ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ୪୧୩ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇ ଥିବାବେଳେ ୧୦୩ କୋଟି ଟଙ୍କାର ବଳକା ବଜେଟ୍ ରହିଛି । ସେହିପରି ରାଜ୍ୟ ସରକାର ୫୦୦ କୋଟି ଟଙ୍କାର କର୍ପସ ଫଣ୍ଡ ବ୍ୟବସ୍ଥା କରିଥିବାବେଳେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଉପରେ ଆଲୋଚନା କରାଯାଇଛି। ବୈଠକରେ ନିଆଯାଇଥିବା ନିଷ୍ପତ୍ତି ମୁତାବକ ମହିଳା, ଛୋଟ ଶିଶୁ, ବୃଦ୍ଧବୃଦ୍ଧାଙ୍କ ପାଇଁ ସ୍ୱତନ୍ତ୍ର ଧାଡି ବ୍ୟବସ୍ଥା କରାଯାଇଛି ।

ନାଟମଣ୍ଡପକୁ ଶୀତତାପ ନିୟନ୍ତ୍ରିତ କରାଯିବ।  ପ୍ରତ୍ୟେକ ମାସରେ ଅନୁଷ୍ଠିତ ହେବ ନୀତି ସବକମିଟି ବୈଠକ। ଦିବ୍ୟାଙ୍ଗମାନଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ହେବ । ଶ୍ରୀମନ୍ଦିର ପାଇଁ ସ୍ୱତନ୍ତ୍ର ଏଫଏମ୍ ଚ୍ୟାନେଲ ହେବ।  ସେବକଙ୍କ ପରିବାର ପିଲାଙ୍କ ପାଇଁ ବୃତ୍ତି ବ୍ୟବସ୍ଥା କରାଯିବ | ସେହିପରି ଖେଳକୁଦରେ ସମ୍ପୃକ୍ତ ପିଲାଙ୍କ ପାଇଁ ପ୍ରୋତ୍ସାହନ ସହ ଜମିଜମା ସମସ୍ୟା ନେଇ ଓରସାକ୍ ସହାୟତାରେ ସମାଧାନ ହେବ ।