ବାଲେଶ୍ବର ଡିଇଓ ଅଫିସର କନିଷ୍ଠ କିରାଣୀଙ୍କ ଘରେ ଭିଜିଲାନ୍ସ ଚଢଉ

ଭୁବନେଶ୍ୱର,୩୧/୦୮: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ବାଲେଶ୍ବର ଡିଇଓ ଅଫିସର କନିଷ୍ଠ କିରାଣୀ ପ୍ରଦୀପ କୁମାର ଦାସଙ୍କ ଘରେ ଭିଜିଲାନ୍ସ ଚଢଉ ଜାରି ରଖିଛି । ବାଲେଶ୍ବର ଜିଲ୍ଲା ଖନ୍ତାପଡ଼ାରେ ଥିବା ପୈତୃକ ଘର, ନୀଳଗିରି, ଅଙ୍ଗାରଗଡ଼ିଆରେ ଥିବା ତିନିମହଲା ଘର, ଶେରଗଡ଼ରେ ଥିବା ମାର୍କେଟ କଂପ୍ଲେକ୍ସ, ଓ ବାଲେଶ୍ବରରେ ଥିବା କାର୍ଯ୍ୟାଳୟ ସମେତ ଏକକାଳୀନ ୬ଟି ସ୍ଥାନରେ ଚଢଉ କରୁଛି ଭିଜିଲାନ୍ସ ଟିମ୍। ଏହି ଚଢଉରେ ୨ ଜଣ ଅତିରିକ୍ତ ଏସପି, ୪ ଡିଏସପି, ୭ ଇନସ୍ପେକ୍ଟର ଓ ୫ ଜଣ ଏଏସଆଇ ଓ ଅନ୍ୟ କର୍ମଚାରୀମାନେ ସାମିଲ ଥିବା ଜଣାଯାଇଛି। ତେବେ ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।