ରାଜ୍ୟରେ ପିଏମ୍- ଉଷା’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର,୩୧/୦୮: ରାଜ୍ୟରେ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ ‘ପିଏମ୍- ଉଷା’ର ଶୁଭାରମ୍ଭ ହୋଇଛି। କୃଷି ଭବନରେ ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପିଏମ୍-ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ଆଜି କୃଷିଭବନରେ ଆୟୋଜିତ ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଉପସ୍ଥିତ ଥିଲେ। ଓଡ଼ିଶା ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗର କମିଶନର ତଥା ସଚିବ ଅରବିନ୍ଦ ଅଗ୍ରୱାଲ ଏବଂ କେନ୍ଦ୍ର ସରକାରଙ୍କ ଶିକ୍ଷା ବିଭାଗର ଅତିରିକ୍ତ ଶାସନ ସଚିବ ସୁନୀଲ ବର୍ଣ୍ଣୱାଲଙ୍କ ମଧ୍ୟରେ ଏହି ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ଏହି ଅବସରରେ ପିଏମ୍ ଉଷା ଅଭିଯାନ ଏକ ଯୁଗାନ୍ତକାରୀ ପଦକ୍ଷେପ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ପିଏମ୍- ଉଷା ଉଚ୍ଚଶିକ୍ଷାରେ ଗୁଣାତ୍ମକ ମାନ ବୃଦ୍ଧି କରିବ। ‘ପିଏମ୍- ଉଷା’ ‘ପାଠ୍ୟକ୍ରମ ପ୍ରସ୍ତୁତି ଓ ଶିକ୍ଷକଙ୍କ ତାଲିମକୁ ଗୁରୁତ୍ବ ଦିଆଯିବ ଦକ୍ଷତା ବିକାଶ, ଚାକିରି କ୍ଷେତ୍ରରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।