ଅବପାତରେ ପରିଣତ ହେଲା ଲଘୁଚାପ, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା !

ଭୁବନେଶ୍ୱର,୩୧/୦୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପଟି ଅବପାତରେ ପରିଣତ ହୋଇଛି।ଏହା କଳିଙ୍ଗପଟ୍ଟନମ ଠାରୁ ୮୦ କି.ମି. ଦୂରରେ ଥିବା ବେଳେ ଗୋପାଳପୁର ଠାରୁ ୧୮୦ କିମି ଦୂରରେ ଅବସ୍ଥିତ ରହିଛି। ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ବି କିଛି ସ୍ଥାନରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ଗଜପତି ଓ ବଲାଙ୍ଗିର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୪ଘଣ୍ଟା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ନବରଙ୍ଗପୁରର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।