ଆସନ୍ତା ୫ରୁ ରାଜ୍ୟରେ ପୁଣି ବଢିବ ବର୍ଷା !

ଭୁବନେଶ୍ୱର,୨/୦୯: ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିଛି। ଏହା ପ୍ରଭାବରେ ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନାରେ ବର୍ଷା ଲାଗିରହିଛି। ଲୋକଙ୍କ ମୃତ୍ୟୁ ହେବା ସହ ବ୍ୟାପକ କ୍ଷୟକ୍ଷତି ହୋଇଥିବା ସୂଚନା ମିଳିଛି। ଓଡ଼ିଶାର ମାଲକାନଗିରି ଜିଲ୍ଲାରେ ମଧ୍ୟ ବର୍ଷାର ପ୍ରଭାବ ପଡ଼ିଛି। ଗତକାଲି ସକାଳଠାରୁ ଆଜି ପୂର୍ବାହ୍ନ ମଧ୍ୟରେ ମାଲକାନଗିରି ଜିଲ୍ଲାର ପଡ଼ିଆରେ ସର୍ବାଧିକ ୧୪୦ ମିମି ବର୍ଷା ହୋଇଛି। ଆଜି ଯାଏଁ ମାଲକାନଗିରି ଓ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପରବର୍ତ୍ତୀ ତିନି ଦିନ ଓଡ଼ିଶାରେ ସେଭଳି ବର୍ଷା ନ ଥିବା ବେଳେ ୫ ତାରିଖଠାରୁ ପୁଣି ବର୍ଷା ବଢ଼ିବ। ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, କଟକ ଓ ପୁରୀ ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

Leave a Reply

Your email address will not be published. Required fields are marked *