ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୫/୩: ଆଜି ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜୟନ୍ତୀ ପାଳନ ହୋଇଛି। ଏହି ଅବସରରେ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଶାକୁ ଅଗ୍ରଣୀ ରାଜ୍ୟରେ ପରିଣତ କରିବା ସହ ଲୋକଙ୍କ ସେବାରେ ବିଜୁ ବାବୁ ନିଜ ଜୀବନ ଉତ୍ସର୍ଗ କରିଥିଲେ । ତାଙ୍କ ସ୍ଵାଭିମାନ ଓ ନୀତି ଆଦର୍ଶକୁ ନେଇ ନୂଆ ଓଡ଼ିଶା ଗଠନ ପାଇଁ ଆମେ ସଙ୍କଳ୍ପବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।