୫୦ ଜଣ ଶିକ୍ଷକଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୫/୦୯: ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଶିକ୍ଷକ ଦିବସ ସମାରୋହରେ ଯୋଗ ଦେଇଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ରାଷ୍ଟ୍ରପତି ଜାତୀୟ ଶିକ୍ଷକ ପୁରସ୍କାର ୨୦୨୪ ପ୍ରଦାନ କରିଥିଲେ।ନିଜର ଅଭିଭାଷଣରେ ରାଷ୍ଟ୍ରପତି କହିଛନ୍ତି ଯେ ଶିକ୍ଷକମାନେ ଛାତ୍ରଛାତ୍ରୀମାନଙ୍କୁ ଏପରି ଶିକ୍ଷା ପ୍ରଦାନ କରିବା ଉଚିତ୍ ଯେପରି ସେମାନେ ମହିଳାଙ୍କ ଗାରିମାର ଅନୁକୂଳ ସେମାନଙ୍କ ସହ ବ୍ୟବହାର କରିବେ ।

ଆଜି ମୋଟ ୫୦ ଜଣ ଶିକ୍ଷକଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି । ସେମାନଙ୍କ ମଧ୍ୟରେ ଓଡ଼ିଶାରୁ ୨ ଜଣ ରହିଛନ୍ତି । ସେମାନେ ହେଲେ ଦ୍ବିତୀ ଚନ୍ଦ୍ର ସାହୁ ଓ ସନ୍ତୋଷ କୁମାର କର ।
ପୁରସ୍କୃତ ଶିକ୍ଷକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୫୦ ହଜାର ଟଙ୍କା, ରୌପ୍ୟ ପଦକ ଓ ସାର୍ଟିଫିକେଟ୍ ପ୍ରଦାନ କରିଥିଲେ।

Leave a Reply

Your email address will not be published. Required fields are marked *