ଆଜି ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ ଓ କଲେଜ ବନ୍ଦ

ଭୁବନେଶ୍ୱର, ୫/୩: ଆଜି ପଞ୍ଚାୟତିରାଜ ଦିବସ। ଏହି ଅବସରରେ ଆଜି ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ ଓ କଲେଜ ବନ୍ଦ ରହିଛି । ପଞ୍ଚାୟତିରାଜ ଦିବସ ଉପଲକ୍ଷେ ରାଜ୍ୟର ସମସ୍ତ ସରକାରୀ, ବେସରକାରୀ କଲେଜ ଏବଂ ବିଶ୍ୱବିଦ୍ୟାଳୟ ବନ୍ଦ ରହିବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନୋଟିସ୍ ଜାରି ହୋଇଥିଲା ।