ହୀରାକୁଦ ଡ୍ୟାମ ଛୁଇଁଲା ସର୍ବୋଚ୍ଚ ଜଳସ୍ତର

ଭୁବନେଶ୍ୱର,୨୧/୦୯: ହୀରାକୁଦ ଡ୍ୟାମ ଛୁଇଁଲା ସର୍ବୋଚ୍ଚ ଜଳସ୍ତର ଅର୍ଥାତ ଡ୍ୟାମର ଜଳସ୍ତର ୬୩୦ ଫୁଟରେ ପହଞ୍ଚିଛି। ଡ୍ୟାମ୍‌ର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଛି। ଏବେ ଡ୍ୟାମ୍ ମଧ୍ୟକୁ ସେକେଣ୍ଡକୁ ୫୬ ହଜାର ୩୯୨ ଘନଫୁଟ୍ ଜଳ ପ୍ରବେଶ କରୁଛି ଓ ୩୭ ହଜାର ୩୩୪ ଘନଫୁଟ ଜଳ କେନାଲ, ଶିଳ୍ପ ଏବଂ ପାୱାର୍ ଦେଇ ନିଷ୍କାସିତ ହେଉଛି।ଉପର ମୁଣ୍ଡରେ ଜଳ ପ୍ରବେଶ ପରିମାଣ କମୁଥିବାରୁ ଓ ବର୍ଷାର ସମ୍ଭାବନା ନ ଥିବାରୁ ଚିନ୍ତାଜନକ ସ୍ଥିତି ଏବେ ଯାଏଁ ଉପୁଜିନି। ଯଦି ଜଳ ପ୍ରବେଶ ପରିମାଣ ବଢ଼େ ତାହେଲେ ପୁଣି ଗେଟ୍ ଖୋଲାଯାଇପାରେ ବୋଲି ମୁଖ୍ୟ ଯନ୍ତ୍ରୀ କହିଛନ୍ତି।

 

Leave a Reply

Your email address will not be published. Required fields are marked *