ପ୍ରବଳ ବର୍ଷା ନେଇ ରାଜ୍ୟର ୧୭ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୨୨/୦୯: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ଆସନ୍ତାକାଲି ସୁଦ୍ଧା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବା ସହ ତିନି ଦିନ ଯାଏଁ ବର୍ଷା ସମ୍ଭାବନା ରହିଛି। ଆଜି ପାଇଁ ୧୭ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ଦକ୍ଷିଣ ଓଡ଼ିଶାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ୨୬ ତାରିଖ ପରେ ପାଗରେ ପୁଣି ପରିବର୍ତ୍ତନ ହେବାର ସମ୍ଭାବନା ରହିଛି। ଆସନ୍ତା ୨୩ ତାରିଖରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରୁ ପ୍ରତ୍ୟାବର୍ତ୍ତନ କରୁଥିବା ପାଣିପାଗ ବିଭାଗ ସୂଚନା ଦେଇଛି।

Leave a Reply

Your email address will not be published. Required fields are marked *