ପରଲୋକରେ ସାହିତ୍ୟ ଏକାଡେମୀର ପୂର୍ବତନ ସଭାପତି ହରିହର ମିଶ୍ର

ଭୁବନେଶ୍ୱର,୨୩/୦୯: ପ୍ରଖ୍ୟାତ କବି, ନାଟ୍ୟକାର, ଗୀତିକାର, ସଂଳାପକାର, ଅଭିନେତା ତଥା ଓଡ଼ିଶା ସାହିତ୍ୟ ଏକାଡେ଼ମୀର ପୂର୍ବତନ ସଭାପତି ହରିହର ମିଶ୍ରଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘ ଦିନ ଧରି କିଡନି ରୋଗରେ ପୀଡ଼ିତ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ତାଙ୍କୁ ୫ ଦିନ ତଳେ ପୁରୀ ସ୍ଥିତ ବାସଭବନକୁ ଅଣାଯାଇଥିଲା। ସେଠାରେ ଆଜି ସକାଳେ ତାଙ୍କର ଦେହାନ୍ତ ହୋଇଛି। ହରିହର ମିଶ୍ର ଓଡ଼ିଆ ଚଳଚ୍ଚିତ୍ର ‘ଚିଲିକା ତୀରେ’ର ସଂଳାପ ରଚନା କରିବା ସହ ଏଥିରେ ସହ ନିର୍ଦ୍ଦେଶନା ଦେଇଥିଲେ। ଏଥିରେ ସେ ଅଭିନୟ ବି କରିଥିଲେ l ସେ ଉଭୟ ଓଡ଼ିଶା ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସଙ୍ଗୀତ ନାଟକ ପୁରସ୍କାର ଲାଭ କରିଥିଲେ।

Leave a Reply

Your email address will not be published. Required fields are marked *