ରାଜ୍ୟରେ ଜାରି ରହିଛି ବର୍ଷା, ଆଜି ପାଇଁ ଏହି ସବୁ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର,୨୬/୦୯: ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ସେହିପରି ଆଜି ବି ପ୍ରବଳ ବର୍ଷିବ । ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡା, ସୁନ୍ଦରଗଡ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ସତର୍କତା ଜାରି ହୋଇଛି । ଏହି ସବୁ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲିଠୁ ପାଗରେ ପରିବର୍ତ୍ତନ ଆସିବା ସମ୍ଭାବନା ରହିଛି । ବର୍ଷାର ପରିମାଣ କମିଲେ ମଧ୍ୟ ବିଶେଷ କରି ଉପକୂଳ ଓଡ଼ିଶା ସମେତ ଉତ୍ତର ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାରେ ଘଡଘଡି ବିଜୁଳି ସହ ବର୍ଷା ହେବ। ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ। ସେହିଭଳି ଜୁନ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ସ୍ବାଭାବିକ ଠାରୁ ୭ ପ୍ରତିଶତ ନିଅଁଣ୍ଟିଆ ବର୍ଷା ରେକର୍ଡ କରାଯାଇଛି। ୨୧ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ କେବଳ ମାଲକାନଗିରି ଜିଲ୍ଲାରେ ସ୍ବାଭାବିକ ଠାରୁ ଅଧିକ ବର୍ଷା ହୋଇଛି। ୮ଟି ଜିଲ୍ଲାରେ ଏବେ ବି ୧୯ ରୁ ୫୯ ପ୍ରତିଶତ ପର୍ଯ୍ୟନ୍ତ ନିଅଁଣ୍ଟିଆ ବର୍ଷା ରେକର୍ଡ କରାଯାଇଛି।

Leave a Reply

Your email address will not be published. Required fields are marked *