ବର୍ଷାରେ ଭିଜିପାରେ ଦୁର୍ଗାପୂଜା, ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା!

ଭୁବନେଶ୍ୱର,୨୯/୦୯: ଅକ୍ଟୋବର ୬ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ପାଣିପାଗ ବିଭାଗର  ଆକଳନ ଅନୁଯାୟୀ, ପ୍ରଥମ ସପ୍ତାହରେ ଅର୍ଥାତ୍ ସେପ୍ଟେମ୍ବର ୨୭ରୁ ଅକ୍ଟୋବର ୩ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିପରି ଅକ୍ଟୋବର ୪ରୁ ଅକ୍ଟୋବର ୧୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାର କିଛି କିଛି ସ୍ଥାନରେ ହାଲୁକାର ମଧ୍ୟମ ଧରଣର ବର୍ଷା ହୋଇପାରେ। ଅକ୍ଟୋବର ୬ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ।

ତେବେ ସେହି ସମୟରେ ଦୁର୍ଗାପୂଜା ପଡୁଥିବାରୁ ପାର୍ବଣକୁ ବର୍ଷା ଫିକା କରିପାରେ ବୋଲି କୁହାଯାଉଛି। ଅକ୍ଟୋବର ୯ ତାରିଖରେ ମଣ୍ଡପରେ ଦେବୀ ଦୁର୍ଗାଙ୍କ ମହାଷଷ୍ଠୀ ପୂଜା ରହିଛି।

Leave a Reply

Your email address will not be published. Required fields are marked *