ବଦଳିଲେ ଟୁଇନ୍‌ ସିଟି କମିଶନର, ନୂତନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ସୁରେଶ ଦେବଦତ୍ତ ସିଂ

ନୂଆଦିଲ୍ଲୀ,୩୦/୦୯: ବଦଳିଲେ ଟୁଇନ୍‌ ସିଟି କମିଶନର । ନୂତନ କମିଶନର ଭାବେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି ସୁରେଶ ଦେବଦତ୍ତ ସିଂହ । ପୂର୍ବତନ କମିଶନର ସଂଜୀବ ପଣ୍ଡାଙ୍କ ତାଙ୍କ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି। ୧୯୯୮ ବ୍ୟାଚ୍‌ ବରିଷ୍ଠ ଆଇପିଏସ୍‌ ଦେବଦତ୍ତ ସିଂହ ଆଜି ନୂତନ ଦାୟିତ୍ୱ ଗ୍ରହଣ କରିଛନ୍ତି। ଗାର୍ଡ ଅଫ୍‌ ଅନର ପ୍ରଦାନ ପରେ ସଂଜୀବ ପଣ୍ଡା ତାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି।

ସିପି ଦାୟିତ୍ୱ ନେଲା ପରେ ଗଣମାଧ୍ୟମ ସମ୍ମୁଖରେ ପ୍ରତିକ୍ରିୟ ରଖିଛନ୍ତି ଦେବଦତ୍ତ ସିଂହ । ସେ କହିଛନ୍ତି, ପୁଲିସ ଏକ ସାଙ୍ଗେ କଠୋର ଓ ନରମ ଆଭିମୁଖ୍ୟ ଗ୍ରହଣ କରିବ । ଅପରାଧୀଙ୍କ ପ୍ରତି କଠୋର ଓ ଲୋକଙ୍କ ପ୍ରତି ନରମ ମନୋଭାବ ପୋଷଣ କରିବ ପୁଲିସ୍‌ । ଥାନାକୁ ଆସୁଥିବା ଲୋକଙ୍କ ପ୍ରତି ପୁଲିସ ସମ୍ବେଦନଶୀଳ ରହିବ । ଆଇନ ପରିସରରେ ରହି ଯଥାସମ୍ଭବ ନ୍ୟାୟ ଦିଆଯିବ ।

Leave a Reply

Your email address will not be published. Required fields are marked *