ଶ୍ରୀମନ୍ଦିର ରୋଷ କାର୍ଯ୍ୟରେ ଲୁହା କଡ଼େଇ ବ୍ୟବହାର ପ୍ରସଙ୍ଗ, ପାଳିଆ ସେବକ ନିଲମ୍ବିତ

ଭୁବନେଶ୍ୱର,୧/୧୦: ଶ୍ରୀମନ୍ଦିର ରୋଷ କାର୍ଯ୍ୟରେ ଲୁହା କଡ଼େଇ ବ୍ୟବହାର ପ୍ରସଙ୍ଗ।ଏହି ଘଟଣାରେ ତିନି ଜଣ ସୁପକାରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସମସ୍ତ ତିନି ଜଣ ସୁପକାରଙ୍କ ଶ୍ରୀମନ୍ଦିର ପରିସର କିମ୍ବା ଶ୍ରୀମନ୍ଦିର ରୋଷରେ ପ୍ରବେଶ ନିଷିଦ୍ଧ କରାଯାଇଛି। ତିନି ସୁପକାରଙ୍କ ମଧ୍ୟରୁ ଜଣେ ପାଳିଆ ସେବକଙ୍କୁ ମହାପ୍ରଭୁଙ୍କ ସେବାପୂଜାରୁ ମଧ୍ୟ ନିଲମ୍ବିତ କରାଯାଇଛି। ଏହାସହ ମହାପ୍ରଭୁଙ୍କ ସେବାପୂଜାରେ କୌଣସି ପରମ୍ପରା ବହିର୍ଭୂତ କାର୍ଯ୍ୟ ତଥା ବିଶୃଙ୍ଖଳାକୁ ବରଦାସ୍ତ କରାଯିବ ନାହିଁ ବୋଲି ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ କହିଛନ୍ତି।

ସୂଚନାଯୋଗ୍ୟ ଯେ ଗତ ୧୨ ତାରିଖରେ ଶ୍ରୀମନ୍ଦିର ରୋଷରେ ଅନ୍ନ ରନ୍ଧନରେ ଲୁହା କଡ଼େଇ ବ୍ୟବହାର ନେଇ ଅଭିଯୋଗ ଆସିବା ପରେ ତଦନ୍ତ ସହ କଡ଼େଇ ଜବତ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟ ପ୍ରଶାସକ।

Leave a Reply

Your email address will not be published. Required fields are marked *