କଟକରେ ଏଥର ରାବଣ ପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା

ଭୁବନେଶ୍ୱର,୫/୧୦: କଟକରେ ଏଥର ରାବଣ ପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା। କେମିତି ସୁରୁଖୁରୁରେ ରାବଣ ପୋଡ଼ି ହେବ ସେ ଉପରେ ଗୁରୁତ୍ୱାରୋପ କରିଛନ୍ତି ହାଇକୋର୍ଟ । କେବଳ ପରିବେଶକୁ ସୁହାଇଲା ଭଳି ରଙ୍ଗୀନ ବାଣ ବ୍ୟବହାର ପାଇଁ ଆଡଭୋକେଟ୍ କମିଟି ପ୍ରସ୍ତାବ ଦେଇଛି। ରାବଣ ପୋଡ଼ି ପାଇଁ କଟକ ବାଲିଯାତ୍ରା ତଳ ପଡ଼ିଆରେ ସମସ୍ତ ପ୍ରକାରର ବ୍ୟବସ୍ଥା କରାଯିବ। ୧୦ ତାରିଖ ଭିତରେ ଏଥିନିମନ୍ତେ ସମସ୍ତ ଆନୁସଙ୍ଗିକ ବ୍ୟବସ୍ଥା ସାରିବାକୁ ସିଏମସି ଓ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ସୂଚନାଯୋଗ୍ୟ ଯେ ରାବଣ ପୋଡ଼ି ଦେଖିବାକୁ କଟକକୁ ବହୁ ଲୋକଙ୍କ ଏକଜୁଟ ହୋଇଥାନ୍ତି। ତେଣୁ ସେହି ସମୟରେ ଟ୍ରାଫିକର ସୁପରିଚାଳନା ପାଇଁ କଟକ ଡିସିପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

Leave a Reply

Your email address will not be published. Required fields are marked *