ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର,୬/୧୦:  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜିଠୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ଦିଲ୍ଲୀରେ ମାଓ ମୁକାବିଲାକୁ ନେଇ ଗୃହମନ୍ତ୍ରୀ ଅମିତ୍ ଶାହା ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ଦେବେ ଯୋଗ ଦେବେ । ଏହା ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ। ୮ ନକ୍ସଲ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିବେ ଅମିତ ଶାହା। ବୈଠକରେ ବିଭିନ୍ନ ରାଜ୍ୟରେ ଚାଲିଥିବା ନକ୍ସଲ ଦମନ ଅଭିଯାନ ଓ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା ହେବ। ବୈଠକରେ ୫ କେନ୍ଦ୍ରମନ୍ତ୍ରୀ, ଡେପୁଟି ଏନ୍ଏସ୍ଏ, କେନ୍ଦ୍ର, ରାଜ୍ୟ ଓ କେନ୍ଦ୍ରୀୟ ସୁରକ୍ଷା ବାହିନୀର ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ । ବୈଠକ ପୂର୍ବରୁ ଆଜି ଅମିତ ଶାହା ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ସହ ମାଓ ମୁକାବିଲା ନେଇ ଆଲୋଚନା କରିବେ।

Leave a Reply

Your email address will not be published. Required fields are marked *