ଚିକିତ୍ସା କ୍ଷେତ୍ର ପାଇଁ ଏହି ଦୁଇ ଜଣ ପାଇବେ ନୋବେଲ ପୁରସ୍କାର

ଭୁବନେଶ୍ୱର,୭/୧୦: ଚଳିତ ବର୍ଷ ପାଇଁ  ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ଆଜି ଚିକିତ୍ସା କ୍ଷେତ୍ର ପାଇଁ ନୋବେଲ ବିଜେତାଙ୍କ ନାମ ଘୋଷଣା ହୋଇଛି। ଏଥର ଦୁଇ ଜଣ ମିଳିତ ଭାବେ ନୋବେଲ ପାଇବେ। ବୈଜ୍ଞାନିକ ଭିକ୍ଟୋର ଆମ୍ବ୍ରୋସ ଏବଂ ଗ୍ୟାରୀ ରୁବକୁନଙ୍କୁ ନୋବେଲ ଦିଆଯିବ। ମେଡିସିନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସେମାନେ ଏହି ପୁରସ୍କାର ପାଇବେ। ଉଭୟଙ୍କୁ ମାଇକ୍ରୋ ଆରଏନଏ (microRNA)ର ସନ୍ଧାନ ପାଇଁ ନୋବେଲ ପୁରସ୍କାରରେ ସମ୍ମାନିତ କରାଯିବ।