କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି

ଭୁବନେଶ୍ୱର, ୮/୩: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ହର୍ଷବର୍ଦ୍ଧନଙ୍କୁ ଆଜି ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ ଚିଠିରେ ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନ ଭୁବନେଶ୍ବରରେ ପ୍ରତିଷ୍ଠା ପାଇଁ ଅନୁରୋଧ କରିଛନ୍ତି।  ଭୌଗୋଳିକ ଅବସ୍ଥିତି ଓ ଦକ୍ଷପୂର୍ଣ୍ଣ ମାନବସମ୍ବଳ ଦୃଷ୍ଟିକୋଣରୁ ଭୁବନେଶ୍ବରରେ ପ୍ରତିଷ୍ଠା ପାଇଁ ସେ ଅନୁରୋଧ କରିଛନ୍ତି। ଆୟୁର୍ବିଜ୍ଞାନ ଗବେଷଣା ଓ ଶିକ୍ଷା କ୍ଷେତ୍ରରେ ଭୁବନେଶ୍ବର ଏକ ପ୍ରମୁଖ ସହର ଭାବେ ଉଭା ହୋଇଛି।