ରସାୟନ ବିଜ୍ଞାନ କ୍ଷେତ୍ରରେ ତିନି ଜଣ ବୈଜ୍ଞାନିକଙ୍କୁ ମିଳିବ ନୋବେଲ ପୁରସ୍କାର

ନୂଆଦିଲ୍ଲୀ,୯/୧୦: ରସାୟନ ବିଜ୍ଞାନ କ୍ଷେତ୍ରରେ ତିନି ଜଣ ବୈଜ୍ଞାନିକଙ୍କୁ ମିଳିବ ନୋବେଲ ପୁରସ୍କାର। ଡାଭିଡ ବାକେର, ଡେମିସ ହାସାବିସ ଓ ଜନ ଜମ୍ପରଙ୍କୁ ନୋବେଲ ପୁରସ୍କାର ମିଳିବ। କମ୍ପ୍ୟୁଟେସନାଲ ପ୍ରୋଟିନ ଡିଜାଇନ ପାଇଁ ଏହି ୩ ଜଣଙ୍କୁ ନୋବେଲ ଦିଆଯିବ। ତେବେ ପୁରସ୍କାର ବାବଦରେ ମିଳିବାକୁ ଥିବା ଅଧା ଅର୍ଥ ଏକାକୀ ଡାଭିଡ ବାକେର ନେବେ। ବାକି ଅଧା ପୁରସ୍କାର ରାଶି ଡେମିସ ଓ ଜନଙ୍କ ମଧ୍ୟରେ ସମାନ ଭାବେ ବଣ୍ଟା ଯିବ। ଡାଭିଡ କମ୍ପ୍ୟୁଟେସନାଲ ପ୍ରୋଟିନ ଡିଜାଇନର ଆବିଷ୍କାର କରିଥିଲେ। ଜନ ଓ ଡେମିସ ଫର ପ୍ରୋଟିନ ଷ୍ଟ୍ରକଚରାଲ ପ୍ରେଡିକସନ କରିଥିବାରୁ ସେମାନଙ୍କୁ ମଧ୍ୟ ନୋବେଲ ପାଇଁ ଚୟନ କରାଯାଇଛି। ଶରୀରରେ ୨୦ ପ୍ରକାରର ଭିନ୍ନ ଭିନ୍ନ ଆମିନୋ ଏସିଡ ରହିଛି। ସେମାନେ ନିର୍ଦ୍ଦିଷ୍ଟ କ୍ରମରେ ରୁହନ୍ତି। ସେହି ଅନୁସାରେ ପ୍ରୋଟିନର ଷ୍ଟ୍ରକଚର ଓ କାର୍ଯ୍ୟକାରିତା ହୋଇଥାଏ।

Leave a Reply

Your email address will not be published. Required fields are marked *