ମହଙ୍ଗା ଭତ୍ତା ବଢ଼ାଇଲେ ରାଜ୍ୟ ସରକାର, ଜାଣନ୍ତୁ କେତେ?

ଭୁବନେଶ୍ୱର,୦୯/୧୦: ରାଜ୍ୟ ସରକାରଙ୍କ ବିଭିନ୍ନ ଉଦ୍ୟୋଗ(ପିଏସୟୁ)ରେ କାର୍ଯ୍ୟରତ କର୍ମଚାରୀମାନଙ୍କୁ ଦଶହରା ଅବସରରେ ଆଜି ପୂଜା ଭେଟି ଦେଇଛନ୍ତି ରାଜ୍ୟ ସରକାର । ସେମାନଙ୍କର ମହଙ୍ଗା ଭତ୍ତା ପରିମାଣ ୪୬%ରୁ ୫୦%କୁ ବୃଦ୍ଧି କରାଯାଇଛି । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ୨୦୨୪ ଜାନୁୟାରୀ ପହିଲାରୁ ଲାଗୁ ହେବ ।

ଆଜି ସାଧାରଣ ଉଦ୍ୟୋଗ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ରାଜ୍ୟ ସରକାରୀ ଉଦ୍ୟୋଗୀ କର୍ମଚାରୀମାନଙ୍କୁ ୨୦୧୭ ଦରମା ହାର ଆଧାରରେ ମହଙ୍ଗା ଭତ୍ତା ପରିମାଣକୁ ୪୬%ରୁ ୫୦%କୁ ବୃଦ୍ଧି କରାଗଲା । ଯାହାକି ୨୦୨୪ ଜାନୁୟାରୀ ୧ରୁ ପିଛିଲା ଭାବେ ଲାଗୁ ହେବ । ତେବେ ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ରାଜ୍ୟ ଉଦ୍ୟୋଗରେ କାର୍ଯ୍ୟରତ ଯୋଗ୍ୟ କର୍ମଚାରୀଙ୍କୁ ହିଁ ମିଳିପାରିବ ।

Leave a Reply

Your email address will not be published. Required fields are marked *