ବାଜିଲା ବିଗୁଲ: ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ, ଜାଣନ୍ତୁ କେବେ?

ଭୁବନେଶ୍ୱର,୧୫/୧୨: ଅପେକ୍ଷାରେ ଅନ୍ତ ଘଟିଛି। ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଆଜି ଭାରତୀୟ ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି। ମହାରାଷ୍ଟ୍ରର ୨୮୮ଟି ଆସନ ପାଇଁ ଗୋଟିଏ ପର୍ଯ୍ୟାୟରେ ମତଦାନ ହେବ। ଲୋକମାନେ ନଭେମ୍ବର ୨୦ରେ ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ। ନଭେମ୍ବର ୨୩ରେ ଭୋଟ ଗଣତି ସହ ରେଜଲ୍ଟ ପ୍ରକାଶ ପାଇବ। ଏଥିପାଇଁ ୨୨ ଅକ୍ଟୋବରରେ ବିଜ୍ଞପ୍ତି ପ୍ରକାଶ ପାଇବ। ନାମାଙ୍କନ ଦାଖଲ ପ୍ରକ୍ରିୟା ଅକ୍ଟୋବର ୨୯ ଯାଏ ଚାଲିବ।

ଝାଡ଼ଣ୍ଡର ୮୧ଟି ବିଧାନସଭା ଆସନ ପାଇଁ ଦୁଇଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ। ପ୍ରଥମ ପର୍ଯ୍ୟାୟ ଭୋଟିଂ ନଭେମ୍ବର ୧୩ ଓ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ନଭେମ୍ବର ୨୦ ରେ ଅନୁଷ୍ଠିତ ହେବ। ନଭେମ୍ବର ୨୩ରେ ରେଜଲ୍ଟ ବାହାରିବ। ପ୍ରଥମ ପର୍ଯ୍ୟାୟ ପାଇଁ ନାମାଙ୍କନ ଦାଖଲର ଶେଷ ତାରିଖ ୨୫ ତାରିଖ ରହିଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ନାମାଙ୍କନ ଦାଖଲର ଶେଷ ତାରିଖ ଅକ୍ଟୋବର ୨୯ ରହିଛି।

ଦୁଇଟି ଯାକ ରାଜ୍ୟରେ ଭୋଟ ଗଣତି ଓ ଫଳାଫଳ ନଭେମ୍ବର ୨୩ରେ ପ୍ରକାଶ ପାଇବ। ମହାରାଷ୍ଟ୍ରରେ ୨୮୮ଟି ବିଧାନସଭା ଆସନ ଥିବାବେଳେ ଝାଡ଼ଖଣ୍ଡର ୮୧ଟି ବିଧାନସଭା ଆସନରେ ନିର୍ବାଚନ ହେବାକୁ ଯାଉଛି। ମହାରାଷ୍ଟ୍ରରେ ନଭେମ୍ବର ୨୬ ଓ ଝାଡ଼ଖଣ୍ଡରେ ଜାନୁଆରୀ ୫ରେ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବ।

Leave a Reply

Your email address will not be published. Required fields are marked *