କେନ୍ଦ୍ର ସରକାରଙ୍କ ଦୀପାବଳି ଭେଟି, ବଢ଼ିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୧୬/୧୦: କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି ଦେଇଛନ୍ତି ସରକାର। ମହଙ୍ଗା ଭତ୍ତା ବୃଦ୍ଧି କରିବାକୁ ମୋଦୀ ସରକାର ବୁଧବାର ନିଷ୍ପତ୍ତି ନେଇଛନ୍ତି। କ୍ୟାବିନେଟ ବୈଠକ ପରେ ସରକାର ଏହି ସୂଚନା ପ୍ରଦାନ କରିଛନ୍ତି। ସପ୍ତମ ବେତନ ଆୟୋଗ ଅଧୀନରେ ମହଙ୍ଗା ଭତ୍ତା ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି। ଭାରତ ସରକାର ପ୍ରାୟ ୪୯ ଲକ୍ଷ କର୍ମଚାରୀ ଏବଂ ୬୦ ଲକ୍ଷ ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ଏବଂ ମହଙ୍ଗା ରିଲିଫ୍ ଅର୍ଥାତ୍ ଡିଏ ଏବଂ ଡିଆରକୁ ୩ ପ୍ରତିଶତ ବୃଦ୍ଧି କରିଛନ୍ତି। ଏହା ଦ୍ବାରା ପ୍ରାୟ ଏକ କୋଟିରୁ ଅଧିକ କର୍ମଚାରୀ ଉପକୃତ ହେବେ। କେନ୍ଦ୍ର କ୍ୟାବିନେଟ ବୈଠକରେ କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏରେ ୩ ପ୍ରତିଶତ ବୃଦ୍ଧି ଅନୁମୋଦନ ହୋଇଛି। ଦୀପାବଳି ପୂର୍ବରୁ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ ବୃଦ୍ଧି ପାଇଛି । ବର୍ଦ୍ଧିତ ମହଙ୍ଗା ଭତ୍ତା ୧ ଜୁଲାଇ ୨୦୨୪ରୁ ଲାଗୁ ହେବ। ଏହାର ଅର୍ଥ ହେଉଛି ଲୋକମାନେ ୩ମାସର ବକେୟା ପାଇବେ। ଏଭଳି ପରିସ୍ଥିତିରେ, ଏଥର ଦୀପାବଳିରେ କର୍ମଚାରୀମାନେ ବୋନସ ସହିତ ବର୍ଦ୍ଧିତ ଦରମା ପାଇବେ।

Leave a Reply

Your email address will not be published. Required fields are marked *