ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା, ପ୍ରଭାରେ ରାଜ୍ୟରେ ବର୍ଷା ଆଶଙ୍କା

ଭୁବନେଶ୍ୱର,୧୮/୧୦: ଆସନ୍ତା ୨୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରଭାବରେ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। କ୍ରମେ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହେବ। ୨୩ ଓ ୨୪ ତାରିଖରେ ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ଏପର୍ଯ୍ୟନ୍ତ କୌଣସି ୱାର୍ଣ୍ଣିଂ ଦିଆଯାଇ ନାହିଁ। ଲଘୁଚାପ କ୍ଷେତ୍ର ସୃଷ୍ଟି ପରେ ଚିତ୍ର ଆହୁରି ସ୍ପଷ୍ଟ ହେବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି।

ଲଘୁଚାପ ଅଧିକ ଘନୀଭୂତ ହୋଇ ବାତ୍ୟା ରୂପ ନେବ କି ନାହିଁ ଏବଂ ଏହାର ଗତିପଥ କ’ଣ ରହିବ ସେନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୌଣସି ସ୍ପଷ୍ଟ ଚିତ୍ର ଦିଆଯାଇ ନାହିଁ। ତେବେ ୨୩ ତାରିଖ ବେଳକୁ ଉପକୂଳ ଓଡ଼ିଶା ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ବର୍ଷା ପରିମାଣ ବଢ଼ିବା ନେଇ ପାଣିପାଗ  ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।

Leave a Reply

Your email address will not be published. Required fields are marked *