କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା!

ଭୁବନେଶ୍ୱର,୧୯/୧୦:କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଏହା ପ୍ରଭାବରେ ଆସନ୍ତା ୨୨ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଆହୁରି ତୀବ୍ର ବା ଘନୀଭୂତ ହେବ। ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖରୁ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।ଆସନ୍ତା ୨୩, ୨୪ ଓ ୨୫ ତାରିଖରେ ଉପକୂଳ ଓଡ଼ିଶା ସହ ପାର୍ଶ୍ୱବର୍ତ୍ତୀ ଜିଲ୍ଲା ଓ ଆଭ୍ୟନ୍ତରୀଣ ଓଡିଶାରେ ବି ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ତେବେ ଏଯାଏଁ ବାତ୍ୟା ଉପରେ କୌଣସି ଆକଳନ କରାଯାଇନଥିବାବେଳେ ଲଘୁଚାପ ସୃଷ୍ଟି ହେବା ପରେ ହିଁ ଚିତ୍ର ସ୍ପଷ୍ଟ ହେବ ବୋଲି ସୂଚନା ଦିଆଯାଇଛି। ବିଶେଷ କରି ଉତ୍ତର, ଉତ୍ତର ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ଦେଖିବାକୁ ମିଳିପାରେ।

Leave a Reply

Your email address will not be published. Required fields are marked *