ମହାରାଷ୍ଟ୍ରରୁ ଶିମିଳିପାଳକୁ ଆସିବ ଦୁଇଟି ମହାବଳ ବାଘ

ଭୁବନେଶ୍ୱର,୨୦/୧୦: ଆସନ୍ତା ସପ୍ତାହ ମଧ୍ୟରେ ମହାରାଷ୍ଟ୍ରରୁ ଶିମିଳିପାଳକୁ ଆସିବ ଦୁଇଟି ମହାବଳ ବାଘ । ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଛି । ଶିମିଳିପାଳର ସ୍ୱତନ୍ତ୍ର ଟିମ୍‌ ମହାରାଷ୍ଟ୍ରର ଯାଇଥିବା ଜଣାପଡ଼ିଛି । ସୂଚନା ଅନୁସାରେ ମହାରାଷ୍ଟ୍ରର ତାଡୋବା ଜଙ୍ଗଲରୁ ଏହି ଦୁଇ ମହାବଳ ବାଘ ଆସିବେ । ପୂର୍ବରୁ ଶିମିଳିପାଳ ବାଘ ବଂଶ ବୃଦ୍ଧି ପାଇଁ ଦେଶର ଉତ୍ତମ ସ୍ଥାନ ବୋଲି NTCA ସ୍ପଷ୍ଟ କରିଥିଲା । ଏହି ପରିପ୍ରେକ୍ଷୀରେ ଶିମିଳିପାଳକୁ ଦୁଇଟି ମହାବଳ ଅଣା ଯାଉଥିବା ସ୍ପଷ୍ଟ କରିଛନ୍ତି PCCF । ଏଥିପାଇଁ ପୂର୍ବ ପ୍ରସ୍ତୁତି ଶେଷ ହୋଇସାରିଥିବା PCCF କହିଛନ୍ତି ।

Leave a Reply

Your email address will not be published. Required fields are marked *