କାର୍ତ୍ତିକ ମାସର ପ୍ରଥମ ସୋମବାର, ବାବା ଧବଳେଶ୍ବରଙ୍କ ପୀଠ ଚଳଚଞ୍ଚଳ

ଭୁବନେଶ୍ୱର,୨୧/୧୦: ଆଜି କାର୍ତ୍ତିକ ମାସର ପ୍ରଥମ ସୋମବାର । ଚଳଚଞ୍ଚଳ ଆଠଗଡ଼ର ପ୍ରସିଦ୍ଧ ବାବା ଧବଳେଶ୍ୱରଙ୍କ ପୀଠରେ ଲାଗିଛି ଭକ୍ତଙ୍କ ଭିଡ଼। ଏହି ଦିନରେ ଦେବ ଦେବ ମହାଦେବଙ୍କୁ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ମିଳିବା ସହ ମାନସିକ ଶାନ୍ତି ମିଳିଥାଏ ବୋଲି ଧାର୍ମିକ ବିଶ୍ୱାସ ରହିଛି । କାର୍ତ୍ତିକ ସୋମବାରରେ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବା ସହିତ ପୀଠରେ କାର୍ତ୍ତିକ ବ୍ରତ ପାଳନ କରୁଛନ୍ତି ବ୍ରତଧାରି ଓ ଶ୍ରଦ୍ଧାଳୁ । ପୂଜକ ସମିତି ପକ୍ଷରୁ ଭୋର୍ ୪ଟାରୁ ମନ୍ଦିରର ପହଡ ଖୋଲାଯାଇ ୧୦୮ ସୁବାସିତ ଜଳରେ ବାବାଙ୍କୁ ସ୍ନାନ ପରେ ମଙ୍ଗଳାଆଳତୀ, ମାଇଲମ୍, ବାଳଭୋଗ ଆଦି ସମସ୍ତ ନୀତିକାନ୍ତି ସମ୍ପନ୍ନ କରାଯାଇଛି । କଂକ୍ରିଟ ସେତୁ ଦେଇ ଶ୍ରଦ୍ଧାଳମାନେ ପୀଠକୁ ଯାଉଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଛି।

Leave a Reply

Your email address will not be published. Required fields are marked *