ଦେଶରେ କମୁଛି ପଜିଟିଭଙ୍କ ସଂଖ୍ୟା: ୨୪ଘଣ୍ଟାରେ ୪୬,୭୯୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ଓ ୫୮୭ ମୃତ

ନୂଆଦିଲ୍ଲୀ, ୨୦ା୧୦: ଦେଶରେ ଧିରେ ଧିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ଘଣ୍ଟାରେ ୪୬,୭୯୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୮୭ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ଦେଶରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୫,୯୭,୦୬୩କୁ ବୃଦ୍ଧି ପାଇଛି ଓ କରୋନା ଜନିତ ମୃତ୍ୟୁସଂଖ୍ୟା ୧,୧୫,୧୯୭ ରେ ପହଞ୍ଚିଛି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୭,୩୩,୩୨୮ ସୁସ୍ଥ ହୋଇଛନ୍ତି । କିନ୍ତୁ ଏବେ ବି ବିଭିନ୍ନ ହସ୍ପିଟାଲରେ ୭,୪୮,୫୩୮ଜଣ କରୋନା ରୋଗୀ ଚିକିତ୍ସାଧୀନ ରହିଛନ୍ତି ।