ବାତ୍ୟା ‘ଦାନା’ ପ୍ରଭାବରେ ଆଜି ବି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା!

ଭୁବନେଶ୍ୱର, ୨୫/୧୦: ବାତ୍ୟା ‘ଦାନା’ ପ୍ରଭାବରେ ଆଜି ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୯ଜିଲ୍ଲାକୁ ରେଡ଼ ୱାର୍ଣ୍ଣିଂ ଓ ୬ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ସେହିପରି କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଜି ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡିକ ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଖୋର୍ଦ୍ଧା। ନୟାଗଡ଼, ବୌଦ୍ଧ, ସୋନପୁର, ବାଲେଶ୍ବର, ମୟୁରଭଞ୍ଜ, କେନ୍ଦୁଝରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେଓଗଡ଼, ଗଞ୍ଜାମ, କନ୍ଧମାଳକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *