ଖୁବ୍ ଶୀଘ୍ର ମିଳିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ୱର,୨୮/୧୦: ଖୁବ୍ ଶୀଘ୍ର ମିଳିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ସେ କହିଛନ୍ତି, ଖୁବ୍ ଶୀଘ୍ର ତୃତୀୟ ପର୍ଯ୍ୟାୟରେ ଟଙ୍କା ପଠାଯିବ। ଠିକ ସମୟରେ ଏନେଇ ତାରିଖ ଘୋଷଣା କରାଯିବ । ଏଯାଏଁ ୧ କୋଟି ୬୦ ହଜାର ମହିଳା ଆବେଦନ କରିସାରିଲେଣି । ଶେଷ ହିତାଧିକାରୀ ‘ସୁଭଦ୍ରା ‘ଟଙ୍କା ପାଇବା ଯାଏଁ ଏହି ପ୍ରକ୍ରିୟା ଜାରି ରହିବ । ଏବେ ବି ଯାଞ୍ଚ ପ୍ରକ୍ରିୟା ଚାଲିଛି । ଏଯାଏଁ ପ୍ରାୟ ୬୦ ଲକ୍ଷ ମହିଳା ‘ସୁଭଦ୍ରା’ ଟଙ୍କା ପାଇସାରିଲେଣି । ଆହୁରି ୪୦ ଲକ୍ଷରୁ ଅଧିକ ହିତାଧିକାରୀ ଏହି ଟଙ୍କା ପାଇବାକୁ ଅପେକ୍ଷା କରିଛନ୍ତି । ତୃତୀୟ ପର୍ଯ୍ୟାୟରେ ସେମାନଙ୍କ ଆକାଉଣ୍ଟକୁ ଟଙ୍କା ଯିବ ବୋଲି କହିଛନ୍ତି ପ୍ରଭାତୀ ପରିଡା ।

Leave a Reply

Your email address will not be published. Required fields are marked *