ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ମାଝୀଙ୍କ ପରଲୋକ

ଭୁବନେଶ୍ୱର, ୫/୧୧: କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ମାଝୀଙ୍କ ପରଲୋକ ଘଟିଛି। ଭୁବନେଶ୍ୱର ସ୍ଥିତ ଏକ ମେଡ଼ିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ସେ ଦୀର୍ଘଦିନ ଧରି ଅସୁସ୍ଥ ଥିଲେ। ପ୍ରାୟ ୩ ମାସ ହେବ ସେ ଚିକିତ୍ସା ହେଉଥିଲେ। ଗତକାଲି ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଛି। ୨୦୦୮ ମସିହା ଉପନିର୍ବାଚନରେ କଂଗ୍ରେସ ଟିକଟରୁ ବିଜୟୀ ହୋଇଥିଲେ ପୂର୍ଣ୍ଣଚନ୍ଦ୍ର। ପୂର୍ଣ୍ଣଚନ୍ଦ୍ରଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।

Leave a Reply

Your email address will not be published. Required fields are marked *