କଟକ ପ୍ରସିଦ୍ଧ ବାଲିଯାତ୍ରାକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫/୧୧:  କଟକ ପ୍ରସିଦ୍ଧ ବାଲିଯାତ୍ରାକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି କାର୍ଯ୍ୟକ୍ରମ ଅବସରରେ ଉପସ୍ଥିତ ଅଛନ୍ତି ବିଭିନ୍ନ ଦେଶର ରାଷ୍ଟ୍ରଦୂତ ଓ କୂଟନୈତିଜ୍ଞ । ଚଳିତବର୍ଷ ବାଲିଯାତ୍ରାରେ ଦର୍ଶକଙ୍କ ପାଇଁ ରହିଛି ଅନେକ ଆକର୍ଷଣ । ଏଥର ଉପର ଓ ତଳ ପଡ଼ିଆ ମିଶାଇ ମୋଟ ୨୫ ଶହରୁ ଉର୍ଦ୍ଧ ଷ୍ଟଲ୍ ପ୍ରସ୍ତୁତ ହୋଇଛି ।

କଟକ ବାଲିଯାତ୍ରା ପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ କଟକଣା ଜାରି କରାଯାଇଛି । ଆସନ୍ତାକାଲିଠାରୁ ୨୨ ତାରିଖ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ । ଟ୍ରାଫିକ୍ କଟକଣା ଅନୁସାରେ, ଭୁବନେଶ୍ୱରରୁ ନନ୍ଦନକାନନ, ବାରଙ୍ଗ, ତ୍ରିଶୂଳିଆ ଏବଂ କାଠଯୋଡି,  ରିଂ ରୋଡ୍ ଦେଇ ଖାନନଗର ପଟୁ ଆସୁଥିବା ସମସ୍ତ ତିନି ଚକିଆ ଓ ଚାରି ଚକିଆ ଯାନ ବେଲଭିୟୁ (ଜୁଡିସିଆଲ ଏକାଡ଼େମୀ), ସତୀଚୌରା ଛକ, ସେଲଟର ଛକ ଓ କନିକା ଛକ ଦେଇ ବାଲିଯାତ୍ରା ପଡ଼ିଆ ଆଡ଼କୁ ଯାଇ ପାରିବେ ନାହିଁ ।

Leave a Reply

Your email address will not be published. Required fields are marked *