ଭୁବନେଶ୍ୱର,୧୮/୧୧: ଆରପାରିରେ ସମୀର ଦେ’ । ବିଜେପିର ବରିଷ୍ଠ ନେତା ତଥା ତିନି ତିନି ଥର ବିଧାୟକ ସମୀର ଦେ’ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ୬୭ ବର୍ଷ ବୟସ ହୋଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ସମୀର ଦେଙ୍କ ପରଲୋକ ଘଟିଛି । ତେବେ ଦୀର୍ଘ ଦିନ ଧରି ସେ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ, ଆଉ ଚିକିତ୍ସାଧୀନ ଅବସ୍ଥାରେ ହିଁ ତାଙ୍କର ପରଲୋକ ଘଟିଛି । ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳି ଯାଇଛି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଶୋକ ପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ ଯେ ସମୀର ଦେ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ବିଜେପି ଟିକେଟରେ କଟକ ସିଟି ବିଧାନସଭା ଆସନରୁ ଲଗାତାର ତିନି ଥର ବିଜୟୀ ହୋଇଥିଲେ। ୧୯୯୫, ୨୦୦୦ ଓ ୨୦୦୪ ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିଲେ ସମୀର ଦେ। ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ସେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ମେଣ୍ଟ ସରକାରରେ ନଗର ଉନ୍ନୟନ ମନ୍ତ୍ରୀ ଥିଲେ। ସେହିପରି ୨୦୦୪ରୁ ୨୦୦୯ ପର୍ଯ୍ୟନ୍ତ ସେ ଉଚ୍ଚଶିକ୍ଷା ମନ୍ତ୍ରୀ ହୋଇଥିଲେ।