ଭୁବନେଶ୍ୱର, ୨୨/୧୧: ମହାରାଷ୍ଟ୍ରର ସାଙ୍ଗଲି ଜିଲ୍ଲାର ଏକ ସାର କାରଖାନାରେ ବିସ୍ଫୋରଣ ଯୋଗୁ ତିନି ଜଣଙ୍କର ମୃତ୍ୟୁ ହୋଇଛି। ଦୁଣ ଜଣ ମହିଳାଙ୍କ ସମେତ ଜଣେ ସୁରକ୍ଷାକର୍ମୀଙ୍କ ମୃତ୍ୟୁ ଘଟିଛି। ଏଥିସହ ୯ ଜଣ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। କାରଖାନାରେ ପ୍ରଥମେ ବିସ୍ଫୋରଣ ଘଟି ଗ୍ୟାସ୍ ଲିକ୍ ହେବା କାରଣରୁ ଏହି ଅଘଟଣ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।ସୂଚନା ଅନୁସାରେ, ଗତକାଲି ସନ୍ଧ୍ୟା ପ୍ରାୟ ୬.୩୦ ସମୟରେ ସାଙ୍ଗଲି କାଡେଗାଁ ତହସିଲର ଶାଲଗାଁ ଏମଆଇଡିସିର ମିଆଁମାର କେମିକାଲ୍ କମ୍ପାନୀରେ ଏହି ଘଟଣା ଘଟିଥିଲା। କାରଖାନାରେ କୌଣସି କାରଣରୁ ପ୍ରଥମେ ବିସ୍ଫୋରଣ ହେବା ପରେ ଗ୍ୟାସ୍ ଲିକ୍ ହେବା କାରଣରୁ ତିନି ଜଣଙ୍କ ମୃତ୍ୟୁ ହୋଇଛି।