୯୪୧ ଜଣଙ୍କୁ ଅଗ୍ନିଯୋଦ୍ଧାଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭/୧୧:ଓଡ଼ିଶା କୃଷି ଏବଂ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର କୃଷି ଶିକ୍ଷା ସଦନରେ ଆୟାଜିତ ସମାରୋହରେ ରାଜ୍ୟ ସରକାର ଆଜି ୯୪୧ ଜଣଙ୍କୁ ଅଗ୍ନିଯୋଦ୍ଧାଙ୍କୁ ନିଯୁକ୍ତି ଦେଇଛନ୍ତି। ଏହି ଅବସରରେ ନବନିଯୁକ୍ତ ପ୍ରାର୍ଥୀଙ୍କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ନୂତନ ଅଗ୍ନିଯୋଦ୍ଧାଙ୍କ ଯୋଗଦାନ ଦ୍ଵାରା ଆମ ସରକାର ଏବଂ ଏହି ବିଭାଗର ଶକ୍ତି ବୃଦ୍ଧି ପାଇବ। ଏହାଦ୍ବାରା ଆଗାମୀ ଦିନରେ ଆବଶ୍ୟକ ସମୟରେ ଜରୁରୀକାଳୀନ ସେବା ଯୋଗାଇଦେବା ପାଇଁ ଅଧିକ ଦକ୍ଷତାର ସହିତ ବିଭାଗ କାର୍ଯ୍ୟ କରିବ। ଏଥିସହିତ ଲୋକଙ୍କ ଧନ ଜୀବନ ସୁରକ୍ଷା ସୁନିଶ୍ଚିତ ହେବ।

ରାଜ୍ୟରେ ଆମ ସରକାର ଗଠନ ହେଲା ପରେ ଖାଲି ଥିବା ପଦବି ପୂରଣ କରିବା ପାଇଁ ନିୟମିତ ଭାବେ ସମୀକ୍ଷା କରାଯାଉଛି। ଯାହା ସବୁ ପଦବି ଖାଲି ରହିଛି ଏବଂ ଆବଶ୍ୟକ ଥିବା ପଦବି ଦରକାର ଅଛି ସେଥିପାଇଁ ବ୍ୟବସ୍ଥା କରାଯାଉଛି। ୧୦,୦୦୦ ପଦବି ଶୀଘ୍ର ପୂରା କରିବା ପାଇଁ ସରକାର ପଦକ୍ଷେପ ନେଇଛନ୍ତି।

Leave a Reply

Your email address will not be published. Required fields are marked *