ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ପାଇଁ ଟାସ୍କଫୋର୍ସ ଗଠନ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୨/୧୨: ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ପାଇଁ ଟାସ୍କଫୋର୍ସ ଗଠନ କଲେ ରାଜ୍ୟ ସରକାର । ଏନେଇ ଆଜି ବିଧାନସଭାରେ ଗୃହକୁ ଅବଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ବିକାଶ ପରିଷଦ କେମିତି ଗଠନ ହେବ, ଏଥିରେ କେଉଁ ଜିଲ୍ଲା ଆଉ କେଉଁ ବ୍ଲକ୍ ସାମିଲ ହେବ, ସେନେଇ ମତାମତ ଦେବାକୁ ଏହି ଟାସ୍କ ଫୋର୍ସ ଗଠନ କରାଯାଇଛି । ଯାହାକି ଗଠନ ହେବାର ୩୦ ଦିନ ଭିତରେ ନିଜର ରିପୋର୍ଟ ଦାଖଲ କରିବ ।ଏଥିସହ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଅଧ୍ୟକ୍ଷତାରେ ଏହି ଟାସ୍କଫୋର୍ସ ଗଠନ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।

ବାଣିଜ୍ୟ ଓ ପରିବହନ ଏବଂ ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୁତି ଭୂଷଣ ଜେନା, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ତଥା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ରାଷ୍ଟ୍ର ମନ୍ତ୍ରୀ (ସ୍ୱାଧୀନ) ଗୋକୁଳାନନ୍ଦ ମଲ୍ଲିକ, ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀ, କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ, ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର, ମାଲକାନଗିରି ବିଧାୟକ ନରସିଂହ ମାଡକାମି, ପାରଳାଖେମୁଣ୍ଡି ବିଧାୟକ ରୁପେଶ କୁମାର ପାଣିଗ୍ରାହୀ, ଫୁଲବାଣୀ ବିଧାୟକ ଉମାଚରଣ ମଲ୍ଲିକ, ପଟ୍ଟାଙ୍ଗୀ ବିଧାୟକ ରାମଚନ୍ଦ୍ର କାଡାମ ଏଥିରେ ସାମିଲ ଅଛନ୍ତି।