ଭୁବନେଶ୍ୱର, ୩/୧୨: ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ଆଜିଠାରୁ ଆରମ୍ଭ ହୋଇଯାଇଛି। ମହାମହିମ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଅପରାହ୍ଣ ସାଢ଼େ ୪ଟାରେ ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି। ଏଠାରେ ପହଞ୍ଚିଲା ପରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମୁଖ୍ୟ ଶାସନ ସଚିମ ମନୋଜ ଆହୁଜା, ଭୁବନେଶ୍ବର ମେୟର ସୁଲୋଚନା ଦାସ ସ୍ବାଗତ କରିଥିଲେ। ରାଷ୍ଟ୍ରପତି ତାଙ୍କର ଏହି ୫ଦିନିଆ ଗସ୍ତରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଏଥିରେ ପୁରୀରେ ଆୟୋଜିତ ହେଉଥିବା ନୌସନା ଦିବସ ଅନ୍ୟତମ। ଏହି ଐତିହାସିକ ଦିବସକୁ ସ୍ମରଣୀୟ ରଖିବା ପାଇଁ ସରକାର ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ଭୁବନେଶ୍ବରରେ ୪୦ ପ୍ଲାଟୁନ୍ ପୁଲିସ ମୁତୟନ ହୋଇଛନ୍ତି।