ବାଙ୍ଗିରିପୋଷିରେ ୩ ରେଳ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କଲେ ରାଷ୍ଟ୍ରପତି

ଭୁବନେଶ୍ୱର,୭/୧୨: ମୟୁରଭଞ୍ଜ ବାଙ୍ଗିରିପୋଷିରେ ୩ ରେଳ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଦିବାସୀ ରିସର୍ଚ୍ଚ ସେଣ୍ଟର, ରାଇରଙ୍ଗପୁର ଦାଣ୍ଡବୋଷ ବିମାନବନ୍ଦର ଉନ୍ନତୀକରଣର ମଧ୍ୟ ଶିଳାନ୍ୟାସ କରିଛନ୍ତି । ବାଙ୍ଗିରିପୋଷି-ଗୋରୁମହିଷାଣି, ବୁଢାମରା- ଚାକୁଳିଆ, ବାଦାମପାହାଡ-କେନ୍ଦୁଝର ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହା ସହ ଭର୍ଚ୍ଚୁଆଲ ମୋଡରେ ରାଇରଙ୍ଗପୁରରେ ଆଦିବାସୀ ରିସର୍ଚ୍ଚ ସେଣ୍ଟର, ରାଇରଙ୍ଗପୁର ଦାଣ୍ଡବୋଷ ବିମାନବନ୍ଦର ଉନ୍ନତୀକରଣ ଓ ରାଇରଙ୍ଗପୁର ଉପଖଣ୍ଡସ୍ତରୀୟ ଡାକ୍ତରଖାନାରେ ଏକ ନୂତନ କୋଠା ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ, ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଛନ୍ତି। ଏହାରି ସହିତ ନିଜ ୫ ଦିନିଆ ଗସ୍ତ ସାରି ଫେରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।