ଭୁବନେଶ୍ୱର,୯/୧୨: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ସୁଜିତ କୁମାର । ବିଧାନସଭାରେ ପହଞ୍ଚି ନାମାଙ୍କନ ଭରିଲେ ସୁଜିତ କୁମାର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବିଜେପି ରାଜ୍ୟ ସଭାପତିଙ୍କ ଉପସ୍ଥିତିରେ ନାମାଙ୍କନ ଭରିଲେ ସୁଜିତ । ବିଜେଡିରୁ ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେବା ପରେ ରାଜ୍ୟସଭା ପଦ ପାଇଁ ଏବେ ବିଜେପି ପକ୍ଷରୁ ନାମାଙ୍କନ ଭରିଛନ୍ତି । ସେପ୍ଟେମ୍ବର ୭ ତାରିଖରେ ସୁଜିତ କୁମାର ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଇଥିଲେ । ତାଙ୍କ ଇସ୍ତଫା ପତ୍ରକୁ ଗ୍ରହଣ କରିଥିଲେ ଉପରାଷ୍ଟ୍ରପତି ଜଗଦୀପ ଧନକଡ଼ । ଏହାର କିଛି ସମୟ ପରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ଦଳରୁ ବହିଷ୍କାର କରିଥିଲେ । ଏବଂ ଇସ୍ତଫା ଦେବା ପରେ ବିଜେପିରେ ସାମିଲ ହୋଇଥିଲେ ।