ରାଜ୍ୟରେ ଆସନ୍ତା ୪ ଦିନ ବର୍ଷା ସମ୍ଭାବନା, ଏହି ସବୁ ଜିଲ୍ଲାରେ ବର୍ଷିବ

ଭୁବନେଶ୍ୱର,୧୮/୧୨: ଦକ୍ଷିଣ ଆଣ୍ଡାମାନ ସାଗର ଓ ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ। ଯଦିଓ ଓଡ଼ିଶା ଉପରେ ଏହାର ସିଧାସଳଖ ପ୍ରଭାବ ନାହିଁ, ତେବେ ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସହ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୪ ଦିନ ବର୍ଷା ସମ୍ଭାବନା ରହିଛି। ଆଜି ଦକ୍ଷିଣ ଓଡ଼ିଶାରେ ବର୍ଷା ହେବା ସମ୍ଭାବନା ଥିବା ବେଳେ ୧୯ ରୁ ୨୧ ଯାଏ ଉପକୂଳ ଓଡ଼ିଶାରେ ବର୍ଷା ହେବା ନେଇ ପୁର୍ବାନୁମାନ କରିଛି ପାଣିପାଗ ବିଭାଗ।ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଓ ଘଡ଼ଘ଼ଡ଼ି ହେବା ସମ୍ଭାବନା ରହିଛି। ୧୯ ରୁ ୨୧ ଯାଏ ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁରରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି।