ବର୍ଷର ଆଜି ସବୁଠାରୁ ଛୋଟ ଦିନ ଆଉ ଲମ୍ବା ରାତି

ଭୁବନେଶ୍ୱର,୨୧/୧୨: ଆଜି ସବୁଠାରୁ ଛୋଟ ଦିନ, ରାତି ହେବ ଲମ୍ବା। ଭୁବନେଶ୍ୱରରେ ଦିନର ଲମ୍ବ ପ୍ରାୟ ୧୦ ଘଣ୍ଟା ୫୪ ମିନିଟ୍ ୨୪ ସେକେଣ୍ଡ ରହିବ। ଆଉ ଦୀର୍ଘତମ ରାତିପ୍ରାୟ ୧୩ ଘଣ୍ଟା ୫ ମିନିଟ୍ ୩୬ ସେକେଣ୍ଡ ହେବ। ଏନେଇ ସୂଚନା ଦେଇଛନ୍ତି ମହାକାଶ ବିଜ୍ଞାନୀ । ପ୍ରାୟତଃ ଭୁବନେଶ୍ୱରରେ ଡିସେମ୍ବର ୧୫ରୁ ୨୭ ତାରିଖ ଯାଏ ପ୍ରାୟ ୧୨ ଦିନ ଧରି ଦିନର ଲମ୍ବ ୧୦ ଘଣ୍ଟା ୫୪ ମିନିଟ୍ ଏବଂ ରାତି ପ୍ରାୟ ୧୩ ଘଣ୍ଟା ୫ ମିନିଟ୍ ହୋଇଥାଏ। ଆଜି ସୁନ୍ଦରଗଡ଼ରେ ଦିନ ୧୦ ଘଣ୍ଟା ୪୭ ମିନିଟ୍ ଓ ମାଲକାନଗିରିରେ ଦିନର ଲମ୍ବା ୧୧ ଘଣ୍ଟା ୦୧ ମିନିଟ୍ ରହିବ। ସେହିପରି ଦିଲ୍ଲୀ ଓ କନ୍ୟାକୁମାରୀରେ ଦିନର ଲମ୍ବା ଯଥାକ୍ରମେ ୧୦ ଘଣ୍ଟା ୧୯ ମିନିଟ୍ ଓ ୧୧ ଘଣ୍ଟା ୩୯ ମିନିଟ୍ ହେବ। ପ୍ରତିବର୍ଷ ଡିସେମ୍ୱର ୨୨ରୁ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ହୋଇଥାଏ।