କମିବ ବର୍ଷା, ମାଡି ଆସିବ ଘନ କୁହୁଡି: ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ନୂଆଦିଲ୍ଲୀ,୨୨/୧୨: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇ ଦୁର୍ବଳ ହୋଇଛି । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ପୂର୍ବର-ଉତ୍ତରପୂର୍ବ ଆଡକୁ ଗତି କରି ଅବପାତ ସମୁଦ୍ର ଭିତରେ ଦୁର୍ବଳ ହେବା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେଣୁ ଗତ ଦୁଇ ଦିନ ହେଲା ଜାରି ରହିଥିବା ଲଗାଣ ବର୍ଷା ଆଜିଠୁ ଛାଡ଼ିବା ଆକଳନ କରାଯାଇଛି।  ବର୍ଷାର ପରିମାଣ କମିବାକୁ ଥିବା ବେଳେ ଘନ କୁହୁଡ଼ି ମାଡ଼ି ଆସିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ସହ ଜାରି ରହିବ ଘନ କୁହୁଡି ଆଜି ରାଜ୍ୟର ୬ଟି ଜିଲ୍ଲାରେ ଘନ କୁହୁଡ଼ି ଦେଖାଯିବ । ସେହି ଜିଲ୍ଲାଗୁଡିକ ହେଲା ସୁନ୍ଦରଗଡ, ଝାରସୁଗୁଡ଼ା, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ ଓ କୋରାପୁଟ ।

ଉପକୂଳବର୍ତ୍ତୀ ଜିଲ୍ଲାଗୁଡିକର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ବେଳେ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ପ୍ରାୟତଃ କମିଯିବ । ଆଜି ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଏହି ୫ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave a Reply

Your email address will not be published. Required fields are marked *