ପୁଣି ରାଜ୍ୟରେ ବର୍ଷା ସମ୍ଭାବନା, ଏହି ସବୁ ଜିଲ୍ଲାକୁ ଆର୍ଲଟ ଜାରି

ଭୁବନେଶ୍ୱର,୨୩/୧୨: ପୁଣି ରାଜ୍ୟରେ ପାଗ ପରିବର୍ତ୍ତନ ହେବ, ଆସୁଛି ବର୍ଷା । । ଡିସେମ୍ବର ୨୪ ଓ ୨୫ରେ ପୁଣି ବର୍ଷା ସହ ଘନ କୁହୁଡି ଦେଖିବାକୁ ମିଳିବ ବୋଲି ପୂର୍ବାନୁମାନ କରଛି ପାଣିପାଗ ବିଭାଗ । ପଶ୍ଚିମା ଝଡ ପ୍ରଭାବରେ ବର୍ଷା ସମ୍ଭାବନା ରହିଛି । ୭ ଜିଲ୍ଲାରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ଆକଳନ କରିଛି ବିଭାଗ । କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ରାୟଗଡା ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୯ ଜିଲ୍ଲା ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ ଢେଙ୍କାନାଳ, ନୟାଗଡ, କନ୍ଧମାଳ, କୋରାପୁଟ ଏବଂ ମାଲକାନଗିରିରେ ମଧ୍ୟମ ଧରଣର ବର୍ଷା ହୋଇପାରେ । ସେହିପରି ୨୫ ତାରିଖରେ ୧୧ ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ଥିବା ସୂଚନା ଦେଇଛି ବିଭାଗ । ଆଜି ଏବଂ କାଲି ଘନ କୁହୁଡି ନେଇ ୫ ଜିଲ୍ଲାକୁ ୟେଲୋ ଆଲର୍ଟ ରହିଛି । ୫ ଜିଲ୍ଲା କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା ଅନୁଗୁଳ ଓ କଳାହାଣ୍ଡିକୁ କୁହୁଡି ପାଇଁ ସତର୍କତା ଜାରି କରାଯାଇଛି । ୫ ଜିଲ୍ଲାରେ ୫୦ ମିଟର ତଳକୁ ଖସିବ ଦୃଶ୍ୟମାନ ଦୂରତା । ସେହିପରି ୨୬ରୁ ୨୮ ତାରିଖ ଯାଏଁ ଶୁଖିଲା ପାଗ ରହିବ । ୨୯ ତାରିଖରୁ ପୁଣି କୋହଲା ପାଗ ସହ ବର୍ଷା ସମ୍ଭାବନା ରହିଥିବା ବେଳେ ଆଗାମୀ ୩ ଦିନ ପରେ ଶୀତର ପ୍ରଭାବ ବଢ଼ିବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Leave a Reply

Your email address will not be published. Required fields are marked *