ନୂଆଦିଲ୍ଲୀ,୨୬/୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁବାର ବିଗିଡ଼ିଯିବା ପରେ ତାଙ୍କୁ ଏମ୍ସର ଜରୁରୀକାଳୀନ ବିଭାଗରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଯେଉଁଠାରେ ସେ ବର୍ତ୍ତମାନ ଆଇସିୟୁରେ ଚିକିତ୍ସିତ ହେଉଛନ୍ତି। ବରିଷ୍ଠ ଡାକ୍ତରମାନଙ୍କ ଏକ ଦଳ ତାଙ୍କର ଚିକିତ୍ସା କରୁଛନ୍ତି ।ଏହା ପୂର୍ବରୁ ମଧ୍ୟ ଡଃ ସିଂଙ୍କୁ ବିଭିନ୍ନ ପ୍ରକାରର ଅସୁସ୍ଥତା କାରଣରୁ ଡାକ୍ତରଖାନାର ଭର୍ତ୍ତି କରାଯାଇଥିଲା । ପ୍ରଧାନମନ୍ତ୍ରୀ ଥିବା ସମୟରେ ୨୦୦୯ରେ ତାଙ୍କର ଅସ୍ତ୍ରୋପଚାର ବି କରାଯାଇଥିଲା । ୯୨ ବର୍ଷୀୟ ମନମୋହନ ସିଂହ ୨୦୦୪ରୁ ୨୦୧୪ ପର୍ଯ୍ୟନ୍ତ ଭାରତର ପ୍ରଧାନମନ୍ତ୍ରୀ ଥିଲେ । ଏହା ପୂର୍ବରୁ ସେ ଭାରତର ଅର୍ଥମନ୍ତ୍ରୀ ଓ ଅର୍ଥ ସଚିବ ମଧ୍ୟ ରହିସାରିଛନ୍ତି ।