ଭୁବନେଶ୍ୱର୨୮/୧୨: ଆଉ ମାତ୍ର ଅଳ୍ପ କେଇଟା ଦିନ ପରେ ବରଗଡ଼ର ପ୍ରସିଦ୍ଧ ଧନୁଯାତ୍ରା ଆରମ୍ଭ ହୋଇଯିବ। ଏହା ପୂର୍ବ ଆସନ୍ତା ୩ ତାରିଖ ଠାରୁ ଆରମ୍ଭ ହେବାକୁ ଥିବା ଏହି ୧୧ ଦିବସୀୟ ଯାତ୍ରା ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ମୁକ୍ତାକାଶ ରଂଗମଞ୍ଚ ପୁଣି ଥରେ ମହାରାଜ କଂସଙ୍କ ସଂଳାପରେ ଗଗନ ପବନ ପ୍ରକମ୍ପିତ ହେବ। ବରଗଡ଼ରେ ମହାରାଜ କଂସଙ୍କ ରାଜୁତି ଚାଲିବ। ଏହି ଯାତ୍ରାକୁ ଅଧିକ ପ୍ରଚାର ପ୍ରସାର କରିବା ପାଇଁ ରାଜ୍ୟ ସରକାର ଏକାଧିକ ପଦକ୍ଷେପ ନେଇଛନ୍ତି।ବରଗଡ଼ ପ୍ରସିଦ୍ଧ ଧନୁଯାତ୍ରା ଲାଗି ରାଜ୍ୟ ସରକାର ଅନୁଦାନ ରାଶି ବଢ଼ାଇଛନ୍ତି। ପୂର୍ବରୁ ଏହି ଯାତ୍ରା ପାଇଁ ୧୦ ଲକ୍ଷ ଟଙ୍କା ଅନୁଦାନ ମିଳୁଥିବା ବେଳେ ଏଥର ଏହାକୁ ବଢ଼ାଇ ୧ କୋଟିକୁ କରିଛନ୍ତି। ଏହି ବର୍ଦ୍ଧିତ ଅନୁଦାନ ପାଇଁ ପ୍ରମୁଖ ୧୭୦ କଳାକାରଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ସମ୍ମାନ ରାଶି ମିଳିବ। ଧନୁଯାତ୍ରାକୁ ୟୁନେସ୍କୋ ଐତିହ୍ୟ ମାନ୍ୟତା ପାଇଁ ବିଶେଷଜ୍ଞ କମିଟି ଗଠନ ହୋଇଛି।