ଭୁବନେଶ୍ୱର,୩୧/୧୨: ରାଜ୍ୟର ୮ ଆଇପିଏସ୍ ଅଫିସରଙ୍କୁ ପଦୋନ୍ନତି ଦେଇଛନ୍ତି ରାଜ୍ୟ ସରକାର । ସେମାନଙ୍କ ମଧ୍ୟରେ ଅଛନ୍ତି ଦୁଇ ବରିଷ୍ଠ ଆଇପିଏସ୍ ଅଫିସର ଯତୀନ୍ଦ୍ର କୋୟଲ ଓ ପ୍ରତୀକ ମହାନ୍ତି। ୨୦୦୦ ବ୍ୟାଚ୍ ଆଇପିଏସ୍ ଅଫିସର ଯତୀନ୍ଦ୍ର କୋୟଲଙ୍କୁ ଏଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି। ସେହିପରି କେନ୍ଦ୍ରୀୟ ଡେପୁଟେସନରେ ଥିବା ୨୦୦୦ ବ୍ୟାଚ୍ ଆଇପିଏସ୍ ଅଫିସର ପ୍ରତୀକ ମହାନ୍ତଙ୍କୁ ମଧ୍ୟ ଏଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି। ସେହିପରି ୨୦୦୭ ବ୍ୟାଚ୍ର ଆଇପିଏସ୍ ଅଫିସର ଅବିନାଶ କୁମାର, ସାର୍ଥକ ଷଡ଼ଙ୍ଗୀ ଓ ନିତି ଶେଖରଙ୍କୁ ଆଇଜି ପାହ୍ୟାକୁ ପଦୋନ୍ନତି ମିଳିଛି। ୨୦୧୧ ବ୍ୟାଚ୍ର ଆଇପିଏସ୍ ଅଫିସର ପିନାକ ମିଶ୍ରଙ୍କୁ ଡିଆଇଜି ପାହ୍ୟାକୁ ପଦୋନ୍ନତି ମିଳିଛି। ପିନାକ ମିଶ୍ରଙ୍କ ସହିତ ୨୦୧୧ ବ୍ୟାଚ୍ର ଆଉ ଦୁଇ ଆଇପିଏସ୍ ଅଫିସର ବି. ଯୁଗୋଳ କିଶୋର କୁମାର ଓ ବି. ଗଙ୍ଗାଧରଙ୍କ ମଧ୍ୟ ଡିଆଇଜି ପାହ୍ୟାକୁ ପଦୋନ୍ନତି ମିଳିଛି।