ଜାନୁଆରୀ ୧୫ ତାରିଖ ପରେ ମିଳିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ୱର,୪/୦୧: ଜାନୁଆରୀ ୧୫ ତାରିଖ ପରେ ମିଳିବ ସୁଭଦ୍ରା ଯୋଜନାରେ ହିତାଧିକାରୀଙ୍କୁ ଟଙ୍କା । ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ । ତେବେ ନିର୍ଦ୍ଦଷ୍ଟ କେତେ ତାରିଖରେ ଟଙ୍କା ମିଳିବ, ସେନେଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କିଛି ସ୍ପଷ୍ଟ କରିନାହାନ୍ତି । ଡିସେମ୍ବର ୩୦ ତାରିଖ ଯାଏଁ ତଦନ୍ତ ହେଉଛି ବୋଲି ପୂର୍ବରୁ ସୂଚନା ଦିଆଯାଇଥିଲା । ଏହି ସମୟ ଅବଧିକୁ ଜାନୁଆରୀ ୧୫ ଯାଏଁ ବୃଦ୍ଧି କରାଯାଇଛି, ଏବେ ବ୍ୟାଙ୍କ ଗୁଡିକ ସହିତ ବୈଠକ ସରିଲାଣି । ଅଙ୍ଗନବାଡ଼ି ଦିଦି ମାନେ ଘର ଘର ବୁଲି ଯାଞ୍ଚ କରୁଛନ୍ତି । ମାର୍ଚ୍ଚ ୩୦ରେ ଆବେଦନ କଲେ ମଧ୍ୟ ଏକା ଥରେ ଦୁଇଟି କିସ୍ତି ମିଳିବ ବୋଲି ପ୍ରଭାତୀ ପରିଡ଼ା କହିଛନ୍ତି । ଗାଁର ଶେଷ ଯୋଗ୍ୟ ହିତାଧିକାରୀ ଆବେଦନ ନକଲା ଯାଏଁ ଚାଲିବ ପଞ୍ଜୀକରଣ । ପ୍ରଥମ କିସ୍ତି ମିଳିବାର ଶେଷ ତାରିଖ ମାର୍ଚ୍ଚ ୮ ଥିଲା କିନ୍ତୁ ମାର୍ଚ୍ଚ ୩୦ ପରେ ଆବେଦନ କଲେ ମଧ୍ୟ ପ୍ରଥମ କିସ୍ତି ଟଙ୍କା ମିଳିବ ବୋଲି ସ୍ପଷ୍ଟ କରିଛନ୍ତି ପ୍ରଭାତୀ ।

Leave a Reply

Your email address will not be published. Required fields are marked *