ଭୁବନେଶ୍ୱର,୪/୦୧: ମନୋଜ ସାହୁ ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବ୍ୟକ୍ତିଗତ ସଚିବ । ୨୦୦୬ ବ୍ୟାଚର ଆଇଏସ ଅଫିସର ହେଉଛନ୍ତି ମନୋଜ ସାହୁ । ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଥିବା ଅରିନ୍ଦମ ଡାକୁଆଙ୍କୁ ଅନ୍ୟ ବିଭାଗର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଥିବାରୁ ମନୋଜଙ୍କୁ ଏହି ଦାୟିତ୍ବ ଦିଆଯାଇଛି। ସେ ଅରୁଣାଚଳ ପ୍ରଦେଶ, ଗୋଆ, ମିଜୋରାମ ଏବଂ କେନ୍ଦ୍ରଶାସିତ ଅଞ୍ଚଳର କ୍ୟାଡର୍ ଅଧିକାରୀ । ମନୋଜ ଜଗତସିଂହପୁର ଜିଲା ବାଲିକୁଦା ବ୍ଲକର ସିଙ୍ଗାରପୁର ଗ୍ରାମର ବାସିନ୍ଦା ।