ଭୁବନେଶ୍ୱର, ୭/୦୧: କର୍ଣ୍ଣାଟକ, ଗୁଜରାଟ, ତାମିଲନାଡୁ ପରେ ଏବେ ମହାରାଷ୍ଟ୍ରରେ ଏଚ୍ଏମ୍ପି ଭାଇରସ୍ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ନାଗପୁରରେ ୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନାଗପୁରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଦୁଇ ଜଣଙ୍କ ଠାରେ ଏଚଏମପି ଭୂତାଣୁ ଥିବା ରିପୋର୍ଟରେ ଜଣାପଡିଛି ।ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ୭ ବର୍ଷର ଓ ଆଉ ଜଣେ ୧୩ ବର୍ଷର ପିଲା ରହିଛନ୍ତି । ଉଭୟ ଜ୍ବର, କାଶରେ ପୀଡିତ ଅଛନ୍ତି । ଏହାପରେ ମହାରାଷ୍ଟ୍ର ସରକାର ଏଚ୍ଏମ୍ପି ଭୂତାଣୁକୁ ନେଇ ସତର୍କ ରହିବାକୁ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି । ସଂକ୍ରମିତଙ୍କ ପାଖରେ ଜ୍ବର, ଥଣ୍ଡା, କାଶ ସମେତ ଶ୍ବାସକ୍ରିୟାରେ ସମସ୍ୟା ଦେଖା ଦେଉଛି ।